ରାଜ୍ୟରେ ଆଜି ୩୬୮ ଜଣ ପଜିଟିଭ୍ ଚିହ୍ନଟ ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି

ଭୁବନେଶ୍ୱର () ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ଵର, ଜଗତସିଂହପୁର,ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.