ଭୁବନେଶ୍ୱର () ନୟାଗଡ଼ ଥାନା IIC ରୀତାରାଣୀ ସାହୁ ସସ୍ପେଣ୍ଡ କରାଯାଇଥିବା ବେଳେ SDPO ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାଳ DSP ଭାବେ ବଦଳି କରାଯାଇଛି। ପରୀ ହତ୍ୟା ଘଟଣାକୁ ନେଇ ବିବାଦରେ ଥିଲେ ଉଭୟ ଅଧିକାରୀ। ପରୀ ମାଆକୁ ଆଇଆଇସି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଦୁର୍ବ୍ୟବହାର ନେଇ ଅଭିଯୋଗ କରିଥିଲେ ପରୀର ମା। ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ଅନ୍ୟପକ୍ଷରେ ପରୀଙ୍କ ମାଆଙ୍କୁ ପୁଲିସ ମାଡ଼ ମାରୁଥିବା ଅଭିଯୋଗ ହୋଇଥିଲା। ଏନେଇ ପରୀଙ୍କ ମାଆ ଅଭିଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post