ଭୁବନେଶ୍ୱର ( ବସୁନ୍ଧରା) ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି ଯାଏ ସେ ଏହି ପଦବିରେ କାର୍ୟ୍ୟ କରିବେ ବୋଲି ଜଣାଯାଇଛି। ପ୍ରଶାସନିକ ମହଲରେ ଜଣେ ଦକ୍ଷ ଅଧିକାରୀ ଭାବେ ଜଣାଶୁଣା ଶ୍ରୀ ମହାପାତ୍ର ୧୯୮୬ ମସିହାରେ ସର୍ବଭାରତୀୟ ସେବାରେ ଯୋଗଦାନ କରିଥିଲେ। ଓଡ଼ିଶା କ୍ୟାଡରର ଏହି ଅଧିକାରୀ ତାଙ୍କର ଦୀର୍ଘ ୩୪ ବର୍ଷର ଚାକିରି ଜୀବନରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦବୀରେ ସଫଳତାର ସହ କାର୍ୟ୍ୟ କରି ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି।
Sign in
Sign in
Recover your password.
A password will be e-mailed to you.
Prev Post