ଓଡ଼ିଆ ପୁଅ ଛତିଶଗଡ଼ର ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ବସୁନ୍ଧରା): ୧୯୯୨ ବ୍ୟାଚର ଛତିଶଗଡ଼ କ୍ୟାଡରର ଓଡ଼ିଆ ଆଇଏଏସ ଅଫିସର ସୁବ୍ରତ ସାହୁ ଛତିଶଗଡ଼ର ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେଠାକାର ମୁଖ୍ୟ ଶାସନ ସଚିବ ଅମିତାଭ ଜୈନ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ଯାଇଥିବାରୁ ଶ୍ରୀ ସାହୁଙ୍କୁ ଛତିଶଗଡ଼ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏବେ ଶ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଉଛନ୍ତି । ଏହା ସହ ଗୃହ ଓ ଜେଲ ପ୍ରଶାସନ, ଶକ୍ତି ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ବାଣିଜ୍ୟ ଏବଂ ଶିଳ୍ପ ବିଭାଗ ଦାୟିତ୍ୱରେ ମଧ୍ୟ ଅଛନ୍ତି । ପୂର୍ବରୁ ସେ ଛତିଶଗଡ଼ର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବରେ ଦକ୍ଷତାର ସହିତ ନିର୍ବାଚନ ପରିଚାଳନା କରି ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି ।

Leave A Reply

Your email address will not be published.