କୋଟିଆରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବସୁନ୍ଧରା) କୋଟିଆ ବାସୀଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦକ୍ଷେପ ଗ୍ରହଣକରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ କୋରାପୁଟ ଜିଲ୍ଲା ଗସ୍ତ କରି କୋଟିଆ ଅଞ୍ଚଳରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଟିଆରେ ସରକାରୀ ଆଶ୍ରମ ହାଇସ୍କୁଲ, ୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ, ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବାସଗୃହ, ସବ୍ ସେଣ୍ଟର ଆଦି ଉଦଘାଟନ କରିଥିଲେ । ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କୋଟିଆ ବାସୀଙ୍କୁ ସମ୍ବୋଧିତ କରିଥିଲେ । ଏହି ଅବସରରେ କୋଟିଆକୁ ଏକ ଆଦର୍ଶ ପଞ୍ଚାୟତ ଭାବେ ଗଢ଼ି ତୋଳିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।

Leave A Reply

Your email address will not be published.