ତୈଳ ଦର ବୃଦ୍ଧିକୁ ନେଇ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ବନ୍ଦ ଡାକରା

ଭୁବନେଶ୍ୱର,(ବସୁନ୍ଧରା): ତୈଳ ଦର ବୃଦ୍ଧି ସହ ବିଭିନ୍ନ ପ୍ରସଙ୍ଗରେ ଆଜି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ । କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଥିବାରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହାକୁ ସଫଳ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି । ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସରକାର ଆଜି ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆଜି ବନ୍ଦ ପାଳନ ଅବସରରେ ରାଜଧାନୀର ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀମାନେ ପିକେଟିଂ ସହ ରାସ୍ତାରୋକ କରିଛନ୍ତି । ତେଣୁ ବାଣୀବିହାର ଛକରେ ପୋଲିସ ମୁୟତନ କରାଯାଇଛି । ରାଜଧାନୀର ଜାତୀୟ ରାଜପଥରେ ଶହ ଶହ ଗାଡ଼ି ଅଟକି ରହିଛି । ଭୁବନେଶ୍ୱର ରେଳ ଷ୍ଟେସନରେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ନେତୃତ୍ୱରେ ରେଳରୋକ କରାଯାଇଛି । ବରମୁଣ୍ଡା ବସଷ୍ଟାଣ୍ଡରେ ବସ୍ ନଥିାରୁ ଯାତ୍ରୀମାନେ ହସ୍ତହନ୍ତ ହୋଇଛନ୍ତି । ବିବାହ ଗାଡ଼ି, ଔଷଧ ସେବା, ଆମ୍ବୁଲାନ୍ସକୁ ଜରୁରୀ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି । ବନ୍ଦ ପାଳନକୁ ଦୃଷ୍ଟିରେ ରଖି ସୁରକ୍ଷା ଦୃଷ୍ଟିରୁ ସ୍କୁଲ, କଲେଜ ବନ୍ଦ ଘୋଷଣା କରାଯାଇଛି । ତେବେ ଆଜି ‘ମୋ ବସ୍’ ସେବା ସକାଳ ୭ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି କୁହାଯାଇଛି ।

Leave A Reply

Your email address will not be published.