ଦେଶରେ ୨୪ ଘଣ୍ଟାରେ ୯୦ ମୃତ, ୧୪ ହଜାର ଆକ୍ରାନ୍ତ।

ନୂଆଦିଲ୍ଲୀ,(ବସୁନ୍ଧରା): ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୩୦୨କୁ ବୃଦ୍ଧି ପାଇଛି । ଦିନକରେ ୧୪ ହଜାର ୨୬୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୯୧ ହଜାର ୬୫୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୩୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୮୯ ହଜାର ୭୧୫ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.