ଆଗାମୀ ମାର୍ଚ୍ଚ ୬ ଓ ୭ରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ।

ଭୁବନେଶ୍ୱର,(ବସୁନ୍ଧରା):ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଗାମୀ ମାର୍ଚ୍ଚ ୬ ଓ ୭ରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ । ମାର୍ଚ୍ଚ ୬ ରେ ପଦାଧିକାରୀ ଏବଂ ୭ ରେ କାର୍ଯ୍ୟକାରିଣୀ ବୈଠକ ହେବ । ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି.ପୁରନେ୍ଦଶ୍ୱରୀ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗ
ଦେବେ ବୋଲି ବିଜେପି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
ଏହି ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା, କେନ୍ଦ୍ରୀୟ ଯୋଜନା ଘୋଟାଲା, ମହିଳା ସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗ ଗୁଡିକ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୁତ ଭାବେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

Leave A Reply

Your email address will not be published.