ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୩୮୮ ଜଣ ଆକ୍ରାନ୍ତ ।

ନୂଆଦିଲ୍ଲୀ,(ବସୁନ୍ଧରା) : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୭୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୯୩୦କୁ ବୃଦ୍ଧି ପାଇଛି । ଦିନକରେ ୧୫ ହଜାର ୩୮୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୪୪ ହଜାର ୭୮୬ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୭ ହଜାର ୪୬୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮ ଲକ୍ଷ ୯୯ ହଜାର ୩୯୪ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.

eighteen − twelve =