ରାଜ୍ୟରେ ଆଜି ୧୨୮୨ ଜଣ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,(ବସୁନ୍ଧରା): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୧୨୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫୫ ଓ ସ୍ଥାନୀୟ ଅଞ୍ଚଳରୁ ୫୨୭ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୬ ହଜାର ୮୦୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୮ ହଜାର ୮୯୦ ରହିଥିବା ବେଳେ ୫୯୪୧ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.