୨୪ ଘଣ୍ଟା ମଧ୍ୟରେ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ ।

ଭୁବନେଶ୍ୱର,(ବସୁନ୍ଧରା): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୨୭୩କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣ ଆଜି ବୁଜିଛନ୍ତି । ସେହିପରି କଳାହାଣ୍ଡି, କେନ୍ଦ୍ରାପଡା, ରାୟଗଡା, ସୁନ୍ଦରଗଡ, ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ଼. ଗଜପତି, ଗଞ୍ଜାମ ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଆଜି ରାଜ୍ୟରେ ସର୍ବାଧିକ ୧୨ହଜାର ୩୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୯୩୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୪୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ହଜାର ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୯ ହଜାର ୬୮୭କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୪,୦୧୬ ଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.