୨୪ ଘଣ୍ଟା ମଧ୍ୟରେ ୩୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ ।

ଭୁବନେଶ୍ୱର,(ବସୁନ୍ଧରା): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଦ୍ୱିତୀୟ ଲହରର ଏହା ସର୍ବକାଳୀନ ରେକର୍ଡ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୫୪୯କୁ ବୃଦ୍ଧି ପାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ସୁବର୍ଣ୍ଣପୁର ଓ ସୁନ୍ଦରଗଡରରୁ ୩ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ, ଦେବଗଡ, ଯାଜପୁର. କନ୍ଧମାଳ, କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.