୨୪ ଘଣ୍ଟାରେ ରାଜ୍ୟରେ ୬ ହଜାର ୭୩୬ ସଂକ୍ରମିତ ଚିହ୍ନଟ ।

ଭୁବନେଶ୍ୱର,(ବସୁନ୍ଧରା): ୟଶ୍ ପ୍ରଭାବରେ କରୋନା ଗ୍ରାଫ୍ ତଳମୁହାଁ ହୋଇଛି । ଗତ ୨୪ ଘଣ୍ଟା ରାଜ୍ୟରେ ୬ ହଜାର ୭୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ହଜାର ୭୭୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨ହଜାର ୯୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୨,୭୩୯ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୬,୪୪୦ ଥିବା ବେଳେ ୬,୨୩,୬୨୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.