୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୦୦୨ ଜଣଙ୍କ ମୃତ୍ୟୁ।

ନୂଆଦିଲ୍ଲୀ,(ବସୁନ୍ଧରା) : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୦୦୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୬୭ ହଜାର ୮୧କୁ ବୃଦ୍ଧି ପାଇଛି । ଦିନକରେ ୮୪ ହଜାର ୩୩୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୫୯ ହଜାର ୧୫୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୦ ହଜାର ୬୯୦ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୭୭ ଲକ୍ଷ ୯୦ ହଜାର ୭୩ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୪ କୋଟି ୯୬ ହଜାର ୩୦୪ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.

10 + 9 =