ଦଶମ ପରୀକ୍ଷା ମାର୍କ ଆଧାରରେ ଯୁକ୍ତ ୨ର ମୂଲ୍ୟାୟନ

ଭୁବନେଶ୍ଵର () ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ଦ୍ଵାଦଶ ପରୀକ୍ଷା ଫଳ। ଫଳାଫଳ ଏବଂ ମୂଲ୍ୟାୟନ ପଦ୍ଧତି ନେଇ ସିଏଚଏସଇ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଦଶମ ପରୀକ୍ଷା ମାର୍କ ଆଧାରରେ ମୂଲ୍ୟାୟନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କୁ ମାଟ୍ରିକ ଭିତ୍ତିରେ ନମ୍ବର ଦିଆଯିବ। ଯେଉଁ ଛାତ୍ର-ଛାତ୍ରୀ ମାର୍କରେ ସନ୍ତୁଷ୍ଟ ନହେବେ, ପରେ ସେମାନେ ପରୀକ୍ଷା ଦେଇ ପାରିବେ। କୋଭିଡ୍ ପରିସ୍ଥିତି ସ୍ଵାଭାବିକ ହେବା ପରେ ଅଫଲାଇନ୍‌ରେ ପରୀକ୍ଷା ଦେଇ ପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପୂର୍ବରୁ ଯୁକ୍ତ ୨ ମୂଲ୍ୟାୟନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଶେଷଜ୍ଞ କମିଟି ଗଠନ କରାଯାଇଥିଲା। ଉଭୟ ରେଗୁରାଲ ଓ ଏକ୍ସରେଗୁରାଲ ପରୀକ୍ଷାର୍ଥୀଙ୍କ ପାଇଁ ସିଏଚଏସଇ ପକ୍ଷରୁ ୧୪ ଜଣିଆ କମିଟି ଗଠନ ହୋଇଥିଲା। ଏହି କମିଟିରେ ବିଶିଷ୍ଟ ଶିକ୍ଷାବିତ୍‌ଙ୍କୁ ସାମିଲ କରାଯାଇଥିଲା। କମିଟି ୧୦ ଦିନ ଭିତରେ ମୂଲ୍ୟାୟନ ଖସଡା ରିପୋର୍ଟ ପ୍ରଦାନ କରିବେ ବୋଲି କହିଥିଲେ। ଏହି କମିଟି ଦଶମ ପରୀକ୍ଷା ମାର୍କ ଆଧାରରେ ଯୁକ୍ତ ୧୨ ଦ୍ଵାଦଶ ପରୀକ୍ଷାର ମୂଲ୍ୟାୟନ କରାଯାଉ ବୋଲି ଉଚ୍ଚ ଶିକ୍ଷା ବିଭାଗକୁ ରିପୋର୍ଟ ଦେଇଥିଲେ। ରିପୋର୍ଟ ଉପରେ ଏବେ ମୋହର ମାରିଛି ଉଚ୍ଚ ଶିକ୍ଷା ବିଭାଗ।

Leave A Reply

Your email address will not be published.

19 − eight =