ରାଜ୍ୟରେ ଆଜି ୩ ହଜାର ୬୫୦ ଜଣ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର, (ବସୁନ୍ଧରା): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩ ହଜାର ୬୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୯୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୫୨ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୦ ହଜାର ୫୯୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୫୩ ହଜାର ୦୧୨ ରହିଥିବା ବେଳେ ୩୩ ହଜାର ୭୭୦ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

three × one =